ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ

 ଅର୍ଗସ ବ୍ୟୁରୋ: ରାୟଗଡା ଜିଲ୍ଲା ପୁଟାସିଂ ଥାନା ଅନ୍ତର୍ଗତ ଜଲତାର ଗ୍ରାମରେ ଇଟାଭାଟିରେ କାମ ସାରି ଗାଧୋଇ ଯିବା ସମୟରେ ପାଖରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି l ମୃତକ ହେଲେ ଜଲତାର ଗ୍ରାମର ପଦ୍ମନାଭ ପାତ୍ର (45) l 


ଏ ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୁଟାସିଂ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଶବ ବ୍ୟବଛେଦ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି l ପୁଟାସିଂ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

Post a Comment (0)
Previous Post Next Post