ଅର୍ଗସ ବ୍ୟୁରୋ: ପରଲୋକରେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ । ତାଙ୍କ ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ବହୁ ବରିଷ୍ଠ ରାଜନେତା ତାଙ୍କ ବାସଭବନକୁ ଯାଇ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଧାନସଭା ପରିସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସେପଟେ ଶଙ୍ଖ ଭବନରେ ପହଞ୍ଚିଛି ଦାମଙ୍କ ପାର୍ଥିବ ଶରୀର।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦାମଙ୍କ ବିୟୋଗରେ ଶୋକ ଜଣାଇବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଓଡିଶା ରାଜନୀତିରେ ଦାମୋଦର ରାଉତ ଜଣେ ଦକ୍ଷ ଓ ବିଚକ୍ଷଣ ରାଜନେତା ଭାବେ ପରିଚିତ।
ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ବିଜେଡି ସରକାରରେ ମନ୍ତ୍ରୀ ଭାବେ ଦୀର୍ଘ ଦିନ ଧରି ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ । ସେ ଓଡିଶା ବିଧାନସଭାରେ ବିଧାୟକ ଭାବେ ୭ଥର କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି । ୧୯୭୯ରୁ ୨୦୧୭ ଯାଏଁ ସେ ବିଭିନ୍ନ ସମୟରେ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଛନ୍ତି।
