ବିଜେପିରେ ମିଶିଲେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ‘କାର ଖାନା’ର ଦୁଇ ଯାଆ

 ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା ଦୁଇ ଯା’ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଓ ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଦୁଇ ଯା’ । 



ଏବେ ରାମ ମନ୍ଦିର ନିକଟରେ କାର-ଖାନା ଖୋଲିଛନ୍ତି ଏହି ଦୁଇ ଯା’ । ପୂର୍ବରୁ ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଆସି ଖାଦ୍ୟ ବିକ୍ରି କରୁଥିଲେ । ଦୁଇ ଯାଆ’ଙ୍କ କାରରେ ଖାଦ୍ୟ ବିକ୍ରି କରିବାକୁ ନେଇ ବେଶ୍ ବିବାଦ ମଧ୍ୟ ହୋଇଥିଲା । ଏହି ଦୁଇ ଯା’ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ । ଏବେ ଦୁଇ ଯାଆ’ ବିଜେପିରେ ସାମିଲ ହୋଇଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post