କିଛି ଶୁଭ କାମ କରିବାକୁ ଅଛି କି ? ଏହି ରାଶି ସତର୍କ ରୁହନ୍ତୁ...

 ଅର୍ଗସ ବ୍ୟୁରୋ: ଆଜିର ଦିନଟି କେମିତି କଟିବ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ 



ମେଷ-

ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବୃଷ-

ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଧନ୍ୟଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

 

ମିଥୁନ-

ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ ।  ଚାକିରିରେ ଯୋଗ୍ୟତା ଅନୁସାରେ  କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

କର୍କଟ-

କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-

ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କନ୍ୟା-

ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   

ତୁଳା-

ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ 

ବିଛା-

ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ଯାନବାହନ କିଣିବା ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-

ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମକର-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ମୀନ-

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମ କ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସମ୍ପତି କୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହୋଇଯିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Post a Comment (0)
Previous Post Next Post