ସାପ କାମୁଡ଼ାରେ ମହିଳା ମୃତ

 ଅର୍ଗସ ବ୍ୟୁରୋ: ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଭୁଟୁକାବାଦି ଗ୍ରାମରେ। ତେବେ ସୁଚନା ଅନୁସାରେ ଫାଗୁରାମ  ହେମ୍ବ୍ରମଙ୍କ ସ୍ତ୍ରୀ ରାଣୀ ହେମ୍ବ୍ରମ (୪୫) ଶୋଇଥିବା ସମୟରେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। 



ପରିବାର ଲୋକେ ଜାଣିବା ପରେ ତାଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। କିନ୍ତୁ ଡାକ୍ତର ରାଣୀଙ୍କୁ ମୃତ ଘୋଷଣା କରି ଶବ ବ୍ୟବଚ୍ଛେଦ କରିଥିଲେ। ଏନେଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହିତ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post