ଶିକ୍ଷକଙ୍କ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କଡା କାର୍ଯ୍ୟାନୁଷ୍ଠାନ

 ବୌଦ୍ଧ:  ରାଜନୈତିକ କାର୍ଯ୍ୟରେ ସମ୍ପୃକ୍ତି ଅଭିଯୋଗରେ ଶିକ୍ଷକଙ୍କୁ ବଦଳି କରାଯାଇଛି । ବୌଦ୍ଧରେ ଶିକ୍ଷକଙ୍କ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଆଦିବାସୀ ହାଇସ୍କୁଲର ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ନିର୍ବାଚନ ମଣ୍ଡଳୀ ବାହାରକୁ ବଦଳି କରାଯାଇଛି । ଗୋବର୍ଦ୍ଧନ ରାଜନୈତିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା । 



ଗତ ୧୩ ତାରିଖ ଦିନ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ କେଲାକଟାମଥୁରା ପଞ୍ଚାୟତ ହାଇସ୍କୁଲ ବଦଳି କରିବା ସହ ତୁରନ୍ତ ଯୋଗଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷୟତ୍ରୀ ନିଲମ୍ବିତ

ପୂର୍ବରୁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ବିଜେଡି ଦଳ ପକ୍ଷରୁ ବିଶାଳ ରାଲି ଅନୁଷ୍ଠିତ ହୋଇଥିଲା । ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଫଳରେ ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇଥିବାରୁ ଶିକ୍ଷୟତ୍ରୀଙ୍କୁ ନିଲମ୍ୱିତ କରିଥିଲେ ନିର୍ବାଚନ ଅଧିକାରୀ । 

ତେବେ ବାରମ୍ବାର ଏପରି ଘଟଣା ସାମନାକୁ ଆସୁଛି । ନିୟମ ମାନୁ ନାହାନ୍ତି ସରକାରୀ ଅଧିକାରୀ । 

ଆହୁରି ପଢନ୍ତୁ ଓଡିଶା ଖବର...

Post a Comment (0)
Previous Post Next Post