ନିର୍ବାଚନରେ ବାଧକ ସାଜିପାରେ ବର୍ଷା...

 ଅର୍ଗସ ବ୍ୟୁରୋ: ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି l


ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି ।୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ଯାହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।

Post a Comment (0)
Previous Post Next Post