ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ


 

ଅର୍ଗସ ବ୍ୟୁରୋ:  ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ। ନିଜ ଜୀବନ ପ୍ରତି ବିପଦ ଥିବା ଚିଠିରେ ଦର୍ଶାଇଛନ୍ତି ପ୍ରଦୀପ। ଗଞ୍ଜାମରେ ନିର୍ବାଚନୀ ସମୟରେ ହିଂସା ଦିନକୁ ଦିନ ବଢିବାରେ ଲାଗିଛି॥ ଏଭଳି ସମୟରେ ସେ ଅସୁରକ୍ଷିତ ମଣୁଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଛନ୍ତି ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ । ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା । ପରେ ସେ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହୋଇଥିଲେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Post a Comment (0)
Previous Post Next Post