ନାମାଙ୍କନ ପୂର୍ବରୁ ମା' ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ

 ଅର୍ଗସ ବ୍ୟୁରୋ:  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିବା ପାଇଁ ଯାଉଛନ୍ତି । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଉଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳେ ସମଲେଶ୍ୱରୀ ମନ୍ଦିରରୁ ବାହାରି ଏକ ସାଂସ୍କୃତିକ ଶୋଭାଯାତ୍ରା ସହିତ ନେତୃମଣ୍ଡଳୀ ଓ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ । ଶୋଭାଯାତ୍ରାଟି ରାମଜୀଗୁଡ଼ି, ବାଲିବନ୍ଧା, କୁଞ୍ଜେଲପଡା, ଝାଡୁଆପଡା, ନନ୍ଦପଡା, ଦଲେଇପଡା, ମୁନସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀତ୍ୱ ଭାବେ ସମ୍ବଲପୁରବାସୀ ସ୍ୱାଗତ କରିଛନ୍ତି ।



ପ୍ରାର୍ଥୀତ୍ୱ ଘୋଷଣା ହେବା ଠାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ସବୁ ବର୍ଗର ଲୋକମାନଙ୍କୁ ଭେଟି ସେମାନଙ୍କ ଆଶୀର୍ବାଦ କାମନା କରିଛନ୍ତି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱକୁ ସାକାର କରି ଅନେକ ଦକ୍ଷ, ଅନୁଭବୀ ବିଜେଡି ଏବଂ କଂଗ୍ରେସ ଦଳର ନେତା, ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଓ ଯୁବନେତାମାନେ ସାମିଲ ହୋଇଛନ୍ତି, ଯାହା କେନ୍ଦ୍ରମନ୍ତ୍ରୀଙ୍କ ପରିଶ୍ରମ ଓ ସାଂଗଠନିକ କାର୍ଯ୍ୟ ଏବଂ ଦକ୍ଷତାକୁ ପ୍ରତିପାଦିତ କରୁଛି । ତୃଣମୂଳ ସ୍ତରରେ ନିଜର ଦୃଢ଼ ଦଖଲ ଓ ରାଜନୈତିକ ଦକ୍ଷତା ପାଇଁ ଜଣାଶୁଣା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିନିଧିତ୍ୱ ତାଙ୍କ ପ୍ରତି ବଢୁଥିବା ଲୋକପ୍ରିୟତା, ମୋଦୀ ଗ୍ୟାରେଣ୍ଟି, ମାଟିର ସୁଯୋଗ୍ୟ ସନ୍ତାନ ତଥା ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ଆଧିପତ୍ୟକୁ ଅଧିକ ସୁଦୃଢ଼ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Post a Comment (0)
Previous Post Next Post