ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ଜୁଏଲ ଓରାମ ଭରିଲେ ନାମାଙ୍କନ

 ସୁନ୍ଦରଗଡ଼ : ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଜୁଏଲ ଓରାମ ଭରିଲେ ନାମାଙ୍କନ । ସୁନ୍ଦରଗଡ଼ ସଦର, ତଳସରା ଓ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କୁସୁମ ଟେଟେ, ଭବାନୀ ଭୋଇ ଓ ନରସିଂହ ମିଞ୍ଜ ବି ନାମାଙ୍କନ ଦାଖଲ କରିଛନ୍ତି ।



ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ୧୦ ହଜାରରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ । ଏହି କାର୍ଯ୍ୟକ୍ରମରେ ଶ୍ରମ ନିୟୋଜନ ଓ ଜଙ୍ଗଲ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହି କର୍ମକର୍ତ୍ତା ଙ୍କୁ ଉତ୍ସାହିତ କରିଥିଲେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post