ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି; ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

 ପୁରୀ:  ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂଧ୍ୟା 6ଟା ଠାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ।




ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି।  ଦ୍ଵିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ 4ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ। ବର୍ଷକୁ ପ୍ରାୟ ଦୁଇଥର ଓ ଆବଶ୍ୟକ ପଡିଲେ ତିନିଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ। 

Post a Comment (0)
Previous Post Next Post