ଆଜି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ



 ଅର୍ଗସ ବ୍ୟୁରୋ: ଶାହ, ନଡ୍ଡାଙ୍କ ପରେ ଏବେ ଓଡ଼ିଶା ଆସୁଛନ୍ତି ବିଜେପିର ସବୁଠୁ ବଡ଼ ଚେହେରା । ଆଜି ରାତି ସାଢ଼େ 9ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବେ ହଜର ହଜର ଲୋକ। ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। 6 ତାରିଖ ସକାଳୁ ଭୁବନେଶ୍ବରରୁ ବ୍ରହ୍ମପୁର ଯିବେ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି। 6 ତାରିଖରେ ଯାଇ 10 ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ବରର  ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।

11 ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ  ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ। CISF ଆଉ ପୋଲିସ ମୁତୟନ ହେବେ । ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମୋଦୀଙ୍କ ଗସ୍ତ ବେଳେ ନୋ ଡ୍ରୋନ ଫ୍ଲାଇଂ ଜୋନ କରାଯିବ  । ଆଜି ସନ୍ଧ୍ୟାରେ କାରକେଡ୍ ରିହଲସଲ କରାଯିବ । ସୁରକ୍ଷା ପାଇଁ 3 ଜଣ ଡିସିପି,10 ACP , 17 IIC , 90 SI/ASIଙ୍କ ସହ 20 ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଟ୍ରାଫିକ କଣ୍ଟ୍ରୋଲ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Post a Comment (0)
Previous Post Next Post