ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ଵର କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇଛନ୍ତି ।


 ଅଧିକ ପଢନ୍ତୁ ଓଡ଼ିଶା ଖବର

ଭୁବନେଶ୍ଵର ଲୋକସଭା ନିର୍ବାଚନ ମଣ୍ଡଳୀର ପ୍ରମୁଖ କାର୍ଯ୍ୟକର୍ତ୍ତା ମାନେ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ବୈଠକରେ ଭୁବନେଶ୍ଵର ମଧ୍ୟ ବିଧାନସଭା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ, ଏକାମ୍ର ପ୍ରାର୍ଥୀ ବାବୁ ସିଂ ଏବଂ ଉତ୍ତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର ମଧ୍ୟ ଯୋଗ ଦେଇଛନ୍ତି । ନିର୍ବାଚନୀ ରଣନୀତି ସମ୍ପର୍କରେ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁ ମନ୍ତ୍ର ଦେବେ ରାଜ୍ୟ ବିଜେପିର ୫ ନେତୃତ୍ବ ।

Post a Comment (0)
Previous Post Next Post