ଭୁବନେଶ୍ୱର: ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା। ମାଲକାନଗିରି ଓ କୋରାପୁଟରେ ଅତିପ୍ରବଳ ବର୍ଷା ସହ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।
୨୯ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଏବେବି ରାଜ୍ୟରେ ଅନେକ ଜିଲ୍ଲାରେ ନିଅଁଣ୍ଟିଆ ବର୍ଷା ଦେଖାଦେଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ ଓ ବଲାଙ୍ଗୀରରେ ନିଅଁଟିଆ ବର୍ଷା ରେକର୍ଡ ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
