ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସରକାରର ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ । ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଛି । କ୍ୟାବିନେଟ ନିଷ୍ପତ୍ତି ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ । ଜୁନ 24 ପର୍ଯ୍ୟନ୍ତ ରହିଛି ନବୀନ ସରକାରଙ୍କ କାର୍ଯ୍ୟକାଳ ।
ଆହୁରି ପଢନ୍ତୁ ରାଜନୀତି ଖବର...
