ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ଜନଜୀବନ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୨୬ଜଣଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କଲେ ରାଜ୍ୟ ସରକାର। ସୁନ୍ଦରଗଡ଼ ଓ ଝାରସୁଗୁଡାରୁ ଅଧିକ ହିଟୱେଭ ମାମଲା ଆସୁଛି । ରାଉରକେଲାରେ ୨୦ ଜଣଙ୍କ ଅଂଶୁଘାତ ଜନିତ ମୃତ୍ୟୁ । ସେମାନଙ୍କ ମଧ୍ୟରୁ ହସ୍ପିଟାଲ ଆସିବା ପୂର୍ବରୁ କିଛି ରୋଗୀଙ୍କ ମୃତ୍ୟୁ ହୋଇଛି ।
ଆଉ କିଛି ମୃତକଙ୍କ ପୋଷ୍ଟମର୍ଟମ ଚାଲିଛି । ଘଟଣାର ଯୁଗ୍ମ ତଦନ୍ତ ଚାଲିଛି । ତେବେ ଏବେ କିଛି ଅଂଶୁଘାତ ରୋଗୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଜିଲ୍ଲାପାଳ ଓ CDMO ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ। ସେପଟେ ଖଣି ଅଞ୍ଚଳରୁ ଆସୁଛି ଅଧିକ ଅଭିଯୋଗ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର