ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ

 ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା କାରଣରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଆଡ଼ଓ୍ବାନୀ। ତେବେ ବର୍ତ୍ତମାନ ଆଡ଼ଓ୍ବାନୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି ।   

ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡ଼ିଥିଲେ ଆଡଭାନୀ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା।

ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବୟସାଧିକ କାରଣରୁ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ରହିଛି। ଆଡଭାନୀଙ୍କୁ ୯୬ ବର୍ଷ । 

ଅଧିକ ପଢନ୍ତୁ ଭାରତ ଖବର 


Post a Comment (0)
Previous Post Next Post