ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା


 

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ କମ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ୭ ସହରରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜୟପୁରରେ ୧୧୬ ମିଲିମିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Post a Comment (0)
Previous Post Next Post