ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣିବାକୁ ଚାହୁଁଛନ୍ତି କି କଣ କହୁଛି ଆପଣଙ୍କ ରାଶିଫଳ ?
ମେଷ-
ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।
ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି । ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସକଳ ଗୁଣର ଆଧାର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ବୈବାହିକ ଜୀବନରେ ମଧୁରତା ଆସିପାରେ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ନୂତନ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ମାନସିକ ଚାପ ବଢିବ । ବୃଥା କାର୍ଯ୍ୟରେ ସମୟ କଟାଇବେ । ଧର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳ ହେବେ । ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ
ଅଧିକ ପଢ଼ନ୍ତୁ ଓଡିଶା ଖବର:
