କାଲି ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଜନ୍ମବେଦୀରେ ତିନି ଠାକୁରଙ୍କୁ ଦର୍ଶନ କରିପାରିବେ ଭକ୍ତ

 ଅର୍ଗସ ବ୍ୟୁରୋ: ଆସନ୍ତାକାଲି ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ। ସୋମବାର ବାହୁଡା ଯାତ୍ରା ରହୁଥିବାରୁ ଆସନ୍ତାକାଲି ସନ୍ଧ୍ୟା ପରଠାରୁ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ । 

ସେପଟେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡା ପ୍ରସ୍ତୁତି, ଜନ୍ମବେଦୀରୁ ପୁଣିଥରେ ରତ୍ନବେଦୀକୁ ଫେରିବେ ଚତୂର୍ଦ୍ଧାମୂର୍ତ୍ତି । ଦର୍ପଦଳନ ଓ ତାଳଧ୍ବଜ ରଥ ଦକ୍ଷିଣ ମୋଡ଼ ହୋଇ ନାକଚଣା ଦ୍ବାରରେ ଲାଗିଥିବା ବେଳେ ଆଜି ନନ୍ଦିଘୋଷ ରଥର ହେବ ଦକ୍ଷିଣ ମୋଡ଼। ସେପଟେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଆଡ଼ପ ମଣ୍ଡପ ଦର୍ଶନ। 
 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 

Post a Comment (0)
Previous Post Next Post