ଆଜି ଏହି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ , ଛୁଟି ରହିବ ସ୍କୁଲ

 

Red warning for this district today, schools will be closed

ଅର୍ଗସ ବ୍ୟୁରୋ : ଆଜି କୋରାପୁଟ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ପ୍ରବଳ ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ଥିବାରୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅଗ୍ନିଶମ ଏବଂ ଓଡ୍ରାଫ୍‌ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ବର୍ଷା ବେଳେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଲେ ଜିଲ୍ଲାପାଳ । ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କହିଲେ ଜିଲ୍ଲାପାଳ ।  ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇ ଦିନରେ ଏହା ଅବପାତରେ ପରିଣତ ହେବ। ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ।

ଅଧିକ ପଢନ୍ତୁ : ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା

ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୂର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 

Post a Comment (0)
Previous Post Next Post