ଓଡ଼ିଆ ଫିଲ୍ମକୁ ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା

 

Babushaan Mohanty-starrer movie 'Daman' was adjudged as the Best Odia Film at the 70th National Film Awards, today.

ଭୁବନେଶ୍ୱର:  ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଛି ଘୋଷଣା। ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି।

ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ଦେଖିବାକୁ ମିଳିଥିଲା।ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା। ପ୍ରଯୋଜନା କରିଛନ୍ତି ଦୀପେନ୍ଦ୍ର ସାମଲ। ଏଥିରେ ଓଲିଉଡର ଲୋକପ୍ରିୟ ନାୟକ ବାବୁସାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା।  

 ଅଧିକ ପଢନ୍ତୁ ମନୋରଞ୍ଜନ ଖବର 

Post a Comment (0)
Previous Post Next Post