ଆସନ୍ତା ୨୪ ଘଂଟା ଭିତରେ ଲଘୁଚାପ ର ରୂପ ନେବ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

 

weather update in odisha today

ଅର୍ଗସ ବ୍ୟୁରୋ:  ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଂଟା ଭିତରେ ଲଘୁଚାପ ର ରୂପ ନେବ। ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, ବାଲେଶ୍ଵର, ମୟୁରଭଂଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଚି।

ଆଜି ପାଇଁ ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବ ରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ। ମହାନଦୀ ର ଉପରି ମୁଣ୍ଡରେ ଅଧିକ ବର୍ଷା ହେବା ର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Post a Comment (0)
Previous Post Next Post