ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ




 ଭୁବନେଶ୍ୱର:  ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ କଳିଙ୍ଗପଟ୍ଟନମ ଠାରୁ ୮୦ କିମି, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ସେହିପରି ନୂଆପଡ଼ା,  କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୨୪. ୯ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍କ କରାଯାଇଛି।   

ଅଧିକ ପଢନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post