Highlights
ପ୍ରାକୃତିକ ବିପତ୍ତିର ମୁକାବିଲା ପାଇଁ ସଜାଗ ସରକାର
ଆକାଶ ମାର୍ଗରୁ ପ୍ରଭାବିତ ଜିଲ୍ଲା ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
ପ୍ରଭାବିତ ହୋଇଛି ୩ଟି ଜିଲ୍ଲାର ୮ଟି ବ୍ଲକ
ଏବେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି
ପ୍ରାକୃତିକ ବିପତ୍ତିର ମୁକାବିଲା ପାଇଁ ସଜାଗ ସରକାର । ଆକାଶ ମାର୍ଗରୁ ୩ ବନ୍ୟା ପ୍ରଭାବିତ ଜିଲ୍ଲା ପରିଦର୍ଶନ ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭାବିତ ହୋଇଛି ୩ଟି ଜିଲ୍ଲାର ୮ଟି ବ୍ଲକ। ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି । ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍ ବନ୍ୟାରେ ପ୍ରଭାବିତ ହୋଇଛି । ସେହିପରି ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।
ବନ୍ୟାରେ ୩ ଜିଲ୍ଲାର ମୋଟ ୮୧ଟି ଗାଁର ୩୦ ହଜାର ଲୋକ ପ୍ରଭାବିତ ହୋଇଛନ୍ତି । ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି । ଜିରୋ କାଜୁଆଲିଟି ଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି ସେମାନଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
